ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ୟ୍ୟାଦା ସହିତ ସ୍ଵର୍ଗତଃ ତ୍ରିଲୋଚନ କାନୁନଗୋଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।  ବିଶିଷ୍ଟ ଜନନେତା ପୂର୍ବତନ ସାଂସଦ ,ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ,ସ୍ଵର୍ଗତ କାନୁନଗୋଙ୍କୁ ଜଣେ ବିଶିଷ୍ଟ ପାର୍ଲିଆମେଣ୍ଟାରିଆନ, ଅର୍ଥନୀତିଜ୍ଞ ତଥା ସମାଜସେବୀ ଭାବରେ ବର୍ଣ୍ଣନା କରିଛନ୍ତି । ସେ ଥିଲେ ସାଧାରଣ ଲୋକର ବନ୍ଧୁ ଓ ସାରା ଜୀବନ ସମାଜସେବା ପାଇଁ ନିଜକୁ ସମର୍ପିତ କରିଥିଲେ ।

ସାଂସଦ, ବିଧାୟକ, ଦ୍ୱିତୀୟ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ତଥା କଟକ ମ୍ୟୁନିସିପାଲଟିର ଚେୟାରମ୍ୟାନ ଭବରେ ସେ ଅନେକ ଉଲ୍ଲେଖନୀୟ କାମ କରିଯାଇଛନ୍ତି । ତାଙ୍କର ନିଃସ୍ବାର୍ଥପର ସେବା ପାଇଁ ସ୍ଵର୍ଗତ କାନୁନଗୋ ସବୁବେଳେ ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।