ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଳିଷ୍ଠ ପଦକ୍ଷେପ, ଜାଣନ୍ତୁ କ’ଣ ?

ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଳିଷ୍ଠ ପଦକ୍ଷେପ, ଜାଣନ୍ତୁ କ’ଣ ?

ଭୁବନେଶ୍ୱର: ଜନଜାତି ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ, ଛୋଟ ବଡ ସବୁ ଜନଜାତି ଗୋଷ୍ଠୀର ଅନନ୍ୟ ପରିଚୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଏକ ବଳିଷ୍ଠ ପଦକ୍ଷେପ ନେଇ ଆଉ ୧୪ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦ ସୃଷ୍ଟି କରାଗଲା ବୋଲି ଘୋଷଣା କରିଛନ୍ତି। ଏହି ନୂତନ ଜିଲ୍ଲା ଗୁଡିକ ହେଉଛି ଅନୁଗୋଳ, ବଲାଙ୍ଗୀର, ବାଲେଶ୍ଵର, ବରଗଡ଼, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଓ ସମ୍ବଲପୁର।

ଏହାଦ୍ବାରା ଜନଜାତି କଳା, ସଂସ୍କୃତି ଓ ସାହିତ୍ୟର ସଂରକ୍ଷଣ ପାଇଁ ୨୦୧୭-୧୮ରୁ ଗଠିତ ହୋଇଥିବା ସ୍ବତନ୍ତ୍ର ଉନ୍ନୟନ ପରିଷଦ ସଂଖ୍ୟା ୯ରୁ ୨୩କୁ ବୃଦ୍ଧି ପାଇଛି। ସ୍ଥାନୀୟ ଆଦିବାସୀ ପଡିଆରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ପୂର୍ବରୁ ୯ଟି ଜିଲ୍ଲାର ୧୧୭ଟି ବ୍ଲକରେ କାର୍ୟ୍ୟକାରୀ ହେଉଥିଲା। ଏଥିରେ ୬୪ ଲକ୍ଷ ଲୋକ ସାମିଲ ହୋଇଛନ୍ତି। ଏବେ ୨୩ଟି ଜିଲ୍ଲାର ୧୭୨ଟି ବ୍ଲକରେ ଏହା କାର୍ୟ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨୨୩ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି କାର୍ୟ୍ୟକ୍ରମରେ ୮୦ ଲକ୍ଷ ରୁ ଅଧିକ ଜନଜାତି ଲୋକ ସାମିଲ ହୋଇ ନିଜ କଳା ଓ ସଂସ୍କୃତିର ବିକାଶ ପାଇଁ କାମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଗନ୍ନାଥ ସଂସ୍କୃତି ସହିତ ଜନଜାତି ସଂସ୍କୃତିର ଗଭୀର ସମ୍ପର୍କ ଅଛି। ଏଥିରେ ପ୍ରକୃତି ଓ ପରିବେଶର ସୁରକ୍ଷା ଉପରେ ଗୁରୁତ୍ବ ଦିଆଯାଇଛି। ପ୍ରକୃତିର ପୂଜା ଓ ଭାଇଚାରା ଆଦିବାସୀ ସଂସ୍କୃତିର ମୁଖ୍ୟ ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।