ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ

ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ୟ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି ।

ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ, ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି  ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ ।