ରଥଯାତ୍ରା ଶେଷ ସମନ୍ୱୟ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା ଶେଷ ସମନ୍ୱୟ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ଆସନ୍ତା ୧୩ ତାରିଖ ପୂର୍ବାହ୍ଣ ୧୧ଟାରେ ରଥଯାତ୍ରା ତୃତୀୟ ତଥା ଶେଷ ସମନ୍ବୟ ବୈଠକ ଅନୁଷ୍ଠିତ ହେବ। ପ୍ରତିବର୍ଷ ଭଳି ଚଳିତବର୍ଷ ବି ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଏହାସହ ଆଇନ ଓ ଅନ୍ୟ ବିଭାଗୀୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଓ ଅନ୍ୟ ବିଭାଗର ପଦସ୍ଥ ଅଧିକାରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ବିସ୍ତୃତ ସମୀକ୍ଷା କରିବେ। ଆବଶ୍ୟକ ନିର୍ଦ୍ଦେଶ ଦେବେ। ତେବେ ‌୧୩ ତାରିଖର ଏହି ବୈଠକ ପୂର୍ବରୁ ୧୨ ତାରିଖରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ ବୋଲି ସ୍ଥିର ହୋଇଛି।