ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ

ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର: ସବୁ ଅପେକ୍ଷାର ଅନ୍ତଃ ଘଟିଛି  । ପ୍ରକାଶ ପାଇଛି ଯୁକ୍ତ ୨ କଳା ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) କଳା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଗୁରୁବାର ଅପରାହ୍‌ଣ ୪ଟାରେ ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଯାଇଛି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ।

ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ। ଏହା ପୂର୍ବରୁ ଗତ ମେ’ ମାସ ୩୧ ତାରିଖରେ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ବିଜ୍ଞାନରେ ପାସ୍ ହାର ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ରହିଥିଲା। ଚଳିତ ବର୍ଷ ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ। ସେଥିମଧ୍ୟରୁ ୭୮,୯୩୮ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପାସ କରିଛନ୍ତି। ବାଣିଜ୍ୟରେ ମୋଟ୍ ୨୪,୦୮୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୯,୫୩୬ ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଓ ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ସୂଚନା ଅନୁଯାୟୀ ଚଳିତବର୍ଷ ଯୁକ୍ତ ୨ର ୪ଟି ବିଭାଗରେ ପରୀକ୍ଷା ଦେବା ଲାଗି ୩ ଲକ୍ଷ ୫୬ ହଜାର ୪୪୯ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। କଳା ବିଭାଗରେ ୨ଲକ୍ଷ ୩୨ ହଜାର ୬୪୪, ବିଜ୍ଞାନରେ ୯୩ହଜାର ୭୩୦, ବାଣିଜ୍ୟରେ ୨୪ହଜାର ୨୪୬ ଓ ଧନ୍ଦାମୂଳକ ବିଭାଗରେ ୫୮୨୯ଜଣ ରହିଥିଲେ। ସେମାନଙ୍କ ମଧ୍ୟରୁ ପାଖାପାଖି ୫୫୦୦ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ।