୧୧ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

୧୧ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଗାମୀ ୩ଘଣ୍ଟା ଭିତରେ ୧୧ଜିଲ୍ଲାରେ ବର୍ଷା ସମ୍ଭାବନା । ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗର ଚେତାବନୀ । ଭଦ୍ରକ, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳରେ ବର୍ଷା ଆଶଙ୍କା । ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ସେପଟେ, ୨୩ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ସହ ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ କଟକ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ।
୨୪ ତାରିଖରେ ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, ବୌଦ୍ଧରେ ପ୍ରବଳରୁ ଅତିପ୍ରବଳ ଏବଂ କଳାହାଣ୍ଡି, ନବରଙ୍ଗପୁର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ କୋରାପୁଟ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି ।