୮ଯାଏ ବର୍ଷା, ୧୫ ଜିଲ୍ଲାକୁ ଆଲର୍ଟ
ଭୁବନେଶ୍ୱର: ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୮ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ରହିଛି । ସେହିପରି ୬ ଓ ୭ରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ବା ଆଇଏମଡି ।
ଆଇଏମ୍ଡି ଆକଳନ ଅନୁସାରେ, ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ମୁହାଁଇ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିବ । ଲଘୁଚାପ ପ୍ରଭାବରେ ୮ ତାରିଖ ଯାଏ ଉପକୂପରୁ ଅଭ୍ୟନ୍ତରଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୬ ଓ ୭ରେ ବର୍ଷାର ବିସ୍ତୃତି ବଢ଼ିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୬ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ରହିଛି ।
ସେହିପରି ୭ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କଟକ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୮ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି ।




admin 