୧୮ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

୧୮ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ୧୮ ତାରିଖରେ ରାଜ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ପୁଣି ଭଲ ବର୍ଷା ହେବ । ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ଓ ୨୦ ତାରିଖରେ କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । 

ବଙ୍ଗୋପସାଗରରେ ଥିବା ଲଘୁଚାପ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ନିକଟବର୍ତ୍ତୀ ଅଞ୍ଚଳ ଉପରେ ରହିଛି । ତେବେ ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । 

ଆସନ୍ତା ୧୮ରେ ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ୧୯ରେ ଉତ୍ତର ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।