ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପାଇଁ ଆବେଦନ ଆରମ୍ଭ
ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷରେ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପାଇଁ ଆବେଦନ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ଏଥିପାଇଁ ଆବେଦନ କରିପାରିବେ। ତନ୍ମଧ୍ୟରୁ ଶ୍ରେଷ୍ଠ ହଜାରେ ଛାତ୍ରଛାତ୍ରୀଙ୍କୁ ଏହି ଛାତ୍ରବୃତ୍ତି ପ୍ରଦାନ କରାଯିବ। ଏହି ମେଧାବୃତ୍ତିରେ ବର୍ଷକୁ ୫ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବ। ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ ପଢ଼଼ୁଥିବା ଛାତ୍ରଛାତ୍ରୀଙ୍କୁ ବର୍ଷରେ ୧୦ମାସ ପାଇଁ ପ୍ରଦାନ କରାଯିବ। ଦଶମ ଶ୍ରେଣୀରେ ରଖିଥିବା ନମ୍ବର ଅନୁଯାୟୀ ମେଧାବୀଙ୍କୁ ଚୟନ କରାଯିବ। ରାଜ୍ୟ ସ୍କଲାରସିପ୍ ୱେବ୍ସାଇଟ୍ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ।




admin 