ଶ୍ରୀକ୍ଷେତ୍ରରେ ଭଉଁରୀ ମହୋତ୍ସବ, ସଂଯୋଗ ହେବ ଅଖଚକ

ଶ୍ରୀକ୍ଷେତ୍ରରେ ଭଉଁରୀ ମହୋତ୍ସବ, ସଂଯୋଗ ହେବ ଅଖଚକ

ପୁରୀ: ଶୁକ୍ରବାର ଶ୍ରୀକ୍ଷେତ୍ରରେ ଭଉଁରୀ ମହୋତ୍ସବ । ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ବିଶେଷ ଆକର୍ଷଣ । ପାରମ୍ପରିକ ବାଦ୍ୟ ତଥା ଭଜନ କୀର୍ତ୍ତନର ପଟୁଆରରେ ବଡ଼ଦାଣ୍ଡରେ ଉଭାହେବେ ଦେବଦେବୀ । ହଜାର ହଜାର ଶ୍ରଦ୍ଧାଳୁ ଓ ସାଧୁସନ୍ଥଙ୍କ ଗହଣରେ ନରେନ୍ଦ୍ର ଚକଡ଼ାରେ ପହଞ୍ଚିବେ ଚନ୍ଦନ ଠାକୁର । ଶ୍ରୀରାମକୃଷ୍ଣ ଓ ମଦନମୋହନ, ଲକ୍ଷ୍ମୀ ସରସ୍ୱତୀଙ୍କ ସହ ପଞ୍ଚମହାଦେବ ନରେନ୍ଦ୍ର ଜଳରେ ନନ୍ଦା ଓ ଭଦ୍ରାରେ ଅଧିଷ୍ଠିତ ହୋଇ ୨୧ ବାର ଚାପ କ୍ରୀଡ଼ା କରିବେ ।

ଠାକୁରଙ୍କ ଏହି ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ନୀତି ଧାର୍ୟ୍ୟ ହୋଇଛି । ଅପରାହ୍ନ ୩ଟା ମଧ୍ୟରେ ଯାତ ଭୋଗ ସରିଲେ ସାଢେ ୩ଟାରେ ଚନ୍ଦନକୁ ଠାକୁରେ ବିଜେ ହେବେ । ବିମାନ ଉଠିବା ସମୟ ରହିଛି ୩ଟା ୪୫ମିନିଟ୍‌ । ଏହି ଅବସରରେ ଠାକୁରଙ୍କ ଜଳଲାଗି, ଦିଅଁ ଚନ୍ଦନ କୁଣ୍ଡକୁ ବିଜେ, ଚନ୍ଦନ କୁଣ୍ଡରୁ ବାହାରିବା, ବେଶ, ଶୀତଳ ଭୋଗ, ମାଣ୍ଡୁଅ ଭୋଗ, ବିଡ଼ିଆ ମଣୋହୀ, ବନ୍ଦାପନା ଆଦି ନୀତି ଅନୁଷ୍ଠିତ ହେବ । ଏହାପରେ ମଦନମୋହନ, ଲକ୍ଷ୍ମୀ ସରସ୍ୱତୀ ଓ ରାମକୃଷ୍ଣ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିବେ। ପଞ୍ଚମହାଦେବ ନିଜ ନିଜ ଆସ୍ଥାନକୁ ଫେରିଯିବେ ।