ଭୋଜନ ଶେଷରେ ମିଠା କାହିଁକି ?

ଭୋଜନ ଶେଷରେ ମିଠା କାହିଁକି ?

କଥାରେ ଅଛି ଖାଇବା ପରେ କିଛି ମିଠା ଖାଇବା କଥା  | ତେବେ ଭୋଜନ ଶେଷରେ କାହିଁକି ମିଠା ଖାଇବା କଥା ଆସନ୍ତୁ ଜାଣିବା  | ଧାର୍ମିକ ଶାସ୍ତ୍ର ଅନୁଯାୟୀ, ଘରେ , ବାହାରେ, କୌଣସି ଧରଣିକା ଅନୁଷ୍ଠାନରେ କିମ୍ବା କୌଣସି ଭୋଜିରେ, ସବୁଠି ଭୋଜନର ଆରମ୍ଭ ରାଗ କିମ୍ବା ଲୁଣିରୁ ହୋଇଥାଏ  | ଭୋଜନର ଶେଷରେ ମିଠା ଖିଆଯାଇଥଏ | ବୈଜ୍ଞାନିକ କାରଣ ଅନୁସାରେ ରାଗ ଖାଇବା ଯୋଗୁଁ ଆମ ପେଟ ଭିତରେ ଥିବା ପାଚନ ତତ୍ୱ ଠିକ ଭାବରେ ସଂଚାଳନ ହୋଇଥାଏ  | ଶେଷରେ ମିଠା ଖାଇବା ଯୋଗୁଁ ଅମ୍ଳର ତୀବ୍ରତା କମ ହୋଇଥାଏ |  ଯାହା ଫଳରେ ଆମକୁ ଏସିଡ଼ିଟି ବା ଜ୍ବଳନ ହୋଇନଥାଏ  |
ଭୋଜନ ପରେ ଆମକୁ ଶୋଷ ହୋଇଥାଏ  | ଆମେ ପାଣି ପିଇବାକୁ ଇଛା କରିଥାଉ  | ତେବେ ଖାଇବାର ତୁରନ୍ତ ପରେ ପାଣି ପିଇବା ଅନୁଚିତ  | କାରଣ ଏହା ଆମର ପାଚନ ଶକ୍ତି ଉପରେ ଖରାପ ପ୍ରଭାବ ପକାଇଥାଏ |  ତେଣୁ ଖାଇବା ପରେ କିଛି ମିଠା ଖାଇଲେ ଖାଦ୍ୟ ମଧ୍ୟ ଭଲ ଭାବେ ହଜମ ହୋଇଥାଏ  |