ସୁନାବେଶ ଦିନ କେଉଁ ଅଳଙ୍କାର ପିନ୍ଧନ୍ତି ତିନି ଠାକୁର ?
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ପରେ ହୋଇଥାଏ ତିନିଠାକୁରଙ୍କ ସୁନାବେଶ । ଏହି ଦିନ ଶ୍ରୀବଳଭଦ୍ରଙ୍କୁ ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡିଆଣି, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡକାନି, ଘାଗଡା ମାଳି, କଦମ୍ବମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବା କଣ୍ଠି, ହଳ ଓ ମୂଷଳ, ବାହାଡା ମାଳି, ବାଘନଖ ମାଳି, ସେବତି ମାଳି, ତ୍ରିଖଣ୍ଡିକା କମରପଟି ଆଦି ପିନ୍ଧାଯାଏ ।
ଦେବୀ ସୁଭଦ୍ରା କିରୀଟ, ଓଡିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଘାଗଡା ମାଳି, କଦମ୍ବ ମାଳି, ତଗଡି ୨ଟି, ସେବତି ମାଳି ପିନ୍ଧନ୍ତି ।
ଓ ଶ୍ରୀଜଗନ୍ନାଥଙ୍କୁ ପିନ୍ଧାଯାଏ କିରୀଟ, ଶ୍ରୀଭୁଜ, ଶ୍ରୀପୟର ଓଡିଆଣି, ଚନ୍ଦ୍ରସୂର୍ଯ୍ୟ, ଆଡକାନି, ଘାଗଡା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ସ୍ୱର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ , ହରିଡା, କଦମ୍ବ ମାଳି, ବାହାଡା ମାଳି, ତାବିଜ ମାଳି, ସେବତି ମାଳି, ତ୍ରିଖଣ୍ଡିକା କମରପଟି ।




admin 