ଭୟଙ୍କର ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ କେନ୍ଦ୍ର ସରକାର

ଭୟଙ୍କର ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ କେନ୍ଦ୍ର ସରକାର

ସୋରୋ: ବାଲେଶ୍ଵର ବାହାନଗା ନିକଟରେ ଭୟାନକ ଟ୍ରେନ ଦୁର୍ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ କରମଣ୍ଡଳ ଏକ୍ସପ୍ରେସ୍ ଏବଂ ବେଙ୍ଗାଲୁରୁ-ହାଓ୍ଵଡ଼ା ଏକ୍ସପ୍ରେସ୍ ମଧ୍ୟରେ ଭୟଙ୍କର ଧକ୍କା ହୋଇଛି।

ଦୁର୍ଘଟଣାରେ ୨୩୩ ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ଏପଟେ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁୁରୁତରଙ୍କ ପାଇଁ ୨ ଲକ୍ଷ ଏବଂ ଆହତଙ୍କ ପାଇଁ ୫୦ ହଜାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି କେନ୍ଦ୍ର ସରକାର।