ଟ୍ରକ-ପିକ୍ଅପ୍ ଧକ୍କା : ଜଣେ ମୃତ
ଟାଙ୍ଗି : ଖୋର୍ଦ୍ଧା ଜିଲ୍ଲା ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ଗୌରଚନ୍ଦ୍ରପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ୬ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ରବିବାର ଦିନ ସକାଳ ସମୟରେ ଏକ ଆଇଚର ଟ୍ରକ ଓ ପିକ୍ଅପ୍ ଭ୍ୟାନ୍ ମଧ୍ୟରେ ଦୁର୍ଘଟଣା ହୋଇଥିଲା । ଯେଉଁଥିରେ ଘଟଣାସ୍ଥଳରେ ହିଁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ଜଣ ଗୁରୁତର ହୋଇଛନ୍ତି ।ଟାଙ୍ଗି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଟାଙ୍ଗି ମେଡିକାଲରେ ଭର୍ତ୍ତି କରାଯାଇଛି । ଚାନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।




admin 