ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ଦୁଇ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ଦୁଇ ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଉନ୍‌ ଥାନା କୁନାଲ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଉପରେ ଚଢିଗଲା ଆଉ ଏକ ଟ୍ରକ । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଗୁରୁତର ହୋଇଛନ୍ତି  । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
 ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ରାଜଗାଙ୍ଗପୁରରୁ ସମେଣ୍ଟ ଆଣି ଆସୁଥିବା ଏକ ଟ୍ରକ ରାସ୍ତାରେ ଆଉ ଟ୍ରକକୁ ଉପରେ ଚଢିଯାଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଡ୍ରାଇଭର ଓ ହେଲ୍‌ପରଙ୍କ ମୃତ୍ୟୁ ହୋଇଯାଇଛି । ହେଲେ ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ । ସେହିପରି ଏହି ଦୁର୍ଘଟଣାରେ ଆଉ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲର ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଛନ୍ତି । ଏହାସହିତ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।