ଦୁଇବାଇକ ମୁହାଁମୁହିଁ: ୩ ମୃତ

ଦୁଇବାଇକ ମୁହାଁମୁହିଁ: ୩ ମୃତ

କୋରାପୁଟ: କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣଙ୍କ ଅବସ୍ଥା ଗୁରୁତର ଆହତ ରହିଛି। ମୃତକମାନେ ଧନପୂର୍ ଓ ସାନପିଣ୍ଡାପଦର୍ ଅଞ୍ଚଳର ବୋଲି ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ଗାଗନାପୁର ନିକଟରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ଦୁଇଟି ବାଇକ୍ ଥିବା ଯୁବକମାନେ ଛିଟିକି ତଳେ ପଡ଼ିଯାଇଥିଲେ। ପୁଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ରାତିରେ ଯାତ୍ରା ଦେଖି ଫେରୁଥିବା ବେଳେ ଏପରି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଦୁଇଟି ବାଇକକୁ ଜବତ କରି ଘଟଣା ତଦନ୍ତ କରୁଛି।