ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର : ବିଧାନସଭା ମୌସୁମୀ ଅଧିବେଶନ । ଗୁରୁବାର ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ । ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।
ଗୁରୁବାର ଦିନ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ କରିଥିଲେ ହଙ୍ଗାମା । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଥିଲେ । ଏପିରିକି ଗୃହର ମଧ୍ୟଭାଗକୁ ଆସି ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଶେଷରେ ବାଚସ୍ପତି ପ୍ରମିଳ ମଲ୍ଲିକ ବାଧ୍ୟ ହୋଇ ବିଧାନସଭାକୁ ମୁଲତବୀ ଘୋଷଣା କରିଥିଲେ । ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।




admin 