ଭାଲୁ ଆକ୍ରମଣ; ଜଣେ ବନ କର୍ମଚାରୀ ମୃତ

ଭାଲୁ ଆକ୍ରମଣ; ଜଣେ ବନ କର୍ମଚାରୀ ମୃତ

ନୂଆପଡା :ଭାଲୁ ଆକ୍ରମଣରେ ଜଣେ ବନ ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ନୂଆପଡା ଜିଲ୍ଲା କୋମନା ରେଞ୍ଜରେ। ମୃତକ ହେଲେ ଫରେଷ୍ଟ ୱାଚର ସନ୍ତୋଷ କୁମାର ଦୁଣ୍ଡି। ଗତକାଲି ଅପରାହ୍ନ ପ୍ରାୟ ସାଢ଼େ ୩ଟା ସମୟରେ ୪ ବନ କର୍ମଚାରୀ ପାଟ୍ରୋଲିଂରେ ଯାଇଥିଲେ। ଭାଲୁଟି ସେମାନଙ୍କୁ ଆକ୍ରମଣ କରିଥିଲା। ପ୍ରଥମେ ଫରେଷ୍ଟର ଗୋପାଳ ମହାନନ୍ଦ ଓ ୱାଚର ସନ୍ତୋଷ କୁମାର ଡୁଣ୍ଡିଙ୍କୁ ଭାଲୁଟି ଜଙ୍ଗଲ ଭିତରକୁ ଟାଣି ନେଇଥିଲା। ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ଫରେଷ୍ଟ ଗାର୍ଡ଼ ଶଶଧର ସାଣୀ ଓ ସାଗର ଠେଲା ଗୁରୁତର ଆହତ ହୋଇଥିଲେ। ଗାଁ ଲୋକଙ୍କ ସହାୟତାରେ ବନ ଓ ଅଗ୍ନିଶମ କର୍ମଚାରୀମାନେ ପ୍ରଥମେ ଗୁରୁତ ଅବସ୍ଥାରେ ଶଶଧର ଓ ସାଗରଙ୍କୁ ଉଦ୍ଧାର କରିଥିଲେ। ପରେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ସମସ୍ତଙ୍କୁ ନୂଆପଡ଼ା ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ସନ୍ତୋଷଙ୍କର ମୃତ୍ୟୁ ଘଟିଛି।
ଗୁରୁତର ଥିବା ଫରେଷ୍ଟର ଗୋପାଳ ମହାନନ୍ଦ ଓ ଫରେଷ୍ଟ ଗାର୍ଡ ଶଶିଧର ଟାଣିଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି । ପ୍ରୋଟେକସନ୍ ଗାର୍ଡ ସାଗର ଠେଲାଙ୍କୁ ନୂଆପଡା ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।