ଲୋକସେବା ସମ୍ମିଳନୀ କକ୍ଷରେ ଶପଥ ନେଲେ ବିକ୍ରମ ଆରୁଖ
ଭୁବନେଶ୍ୱର:ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ ହୋଇଛି । ଏହି କ୍ରମରେ ପୂର୍ବ ସୂଚୀ ମୁତାବକ ସୋମବାର ଲୋକସେବା ସମ୍ମିଳନୀ କକ୍ଷରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି କ୍ରମରେ ଆଜି ପ୍ରଥମେ କ୍ୟାବିନେଟ ମନ୍ତ୍ରୀଭାବେ ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶପଥ ନେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ।
ଗଞ୍ଜାମ ଜିଲ୍ଲାର ଟାଣୁଆ ନେତା ହେଉଛନ୍ତି ବିକ୍ରମ ଆରୁଖ। ଲଗାତାର ୬ ଥର ଭଞ୍ଜନଗରରୁ ନିର୍ବାଚିତ ହୋଇଛନ୍ତି। କଂଗ୍ରେସ ଗଡ଼ରେ ୧୯୯୫ ମସିହାରେ ବିଧାୟକ ଭାବେ ପ୍ରଥମ ଥର ପାଇଁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୪, ୨୦୧୯ ଏପରି ୬ ଥର ବିଧାୟକ ହୋଇଛନ୍ତି। ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ସଂଗଠନ ଦାୟିତ୍ୱରେ ମଧ୍ୟ ଥିଲେ ଆରୁଖ।




admin 