ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମୁହାମୁହିଁ
ଭୁବନେଶ୍ୱର: ସ୍ବାଧୀନତା ଦିବସରେ ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ପରସ୍ପର ମଧ୍ୟରେ ମୁହାମୁହିଁ ହୋଇଛନ୍ତି । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିବା ଅଭିଯୋଗ ହୋଇଛି । ଗେଟ୍ ବାହାରେ ତ୍ରିରଙ୍ଗା ଧରି ଗୋଟିଏ ଗୋଷ୍ଠୀ ଧାରଣାରେ ବସିଛନ୍ତି । ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ କ୍ୟାମ୍ପସ୍ ଭିତରେ ରହିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ପାଇଁ ପୋଲିସ ମୁତୟନ ରହିଛି ।
ଅନ୍ୟପଟେ କଲେଜ ଅଧକ୍ଷ କହିଛନ୍ତି କି, କଲେଜ ସମୟ ଭିତରେ ଛାତ୍ରଛାତ୍ରୀ ସେଲିବ୍ରେସନ ପାଇଁ ଆସିନାହାଁନ୍ତି। ତେଣୁ ଫାଟକ ବନ୍ଦ ରହିଛି। ମାତ୍ର ସେପଟେ ଛାତ୍ରଛାତ୍ରୀଙ୍କ କହିବା ଅନୁଯାୟୀ ସବୁଦିନ କଲେଜ ଗେଟ୍ ରାତି ୧୦ ପର୍ୟ୍ୟନ୍ତ ଖୋଲା ରହୁଛି । ପିଲାମାନଙ୍କ ଜନ୍ମଦିନ ସେଲିବ୍ରେସନ ହେଉଛି । କିନ୍ତୁ ଭାରତ ମାତାଙ୍କ ପାଇଁ ସେଲିବ୍ରେସନ ପାଇଁ ଗେଟ୍ ବନ୍ଦ ରହୁଛି ବୋଲି ଅଭିଯୋଗ ଆଣିଛନ୍ତି ।




admin 