ପଦ୍ମ ଧରିଲେ କୈଳାଶ କୁଲେସିକା

ପଦ୍ମ ଧରିଲେ କୈଳାଶ କୁଲେସିକା

ଭୁବନେଶ୍ୱର: ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ ଚନ୍ଦ୍ର କୁଲେସିକା। ଗତକାଲି ରାତିରେ ସେ  ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଅନ୍ୟ ବିଜେପିର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ କୈଳାସ ବିଜେପିରେ ସାମିଲ୍ ହୋଇଛନ୍ତି। କୈଳାଶ ଚନ୍ଦ୍ର କୁଲେସିକାଙ୍କ ସହ ବ୍ଲକ ବିଜେଡ଼ି ସଭାପତି ପ୍ରମୋଦ ଖରା ଏବଂ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଶତାଧିକ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି।