ପୂର୍ବତନ ମେୟରଙ୍କ ଗାଡି ଉପରକୁ ବୋମାମାଡ

ପୂର୍ବତନ ମେୟରଙ୍କ ଗାଡି ଉପରକୁ ବୋମାମାଡ
ବ୍ରହ୍ମପୁର: ବ୍ରହ୍ମପୁର ଗୋଶାଣୀନୂଆଁ ବଡ଼ ସାହି ଠାରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବ ଶଙ୍କର ଦାଶଙ୍କ ଗାଡି ଉପରକୁ ବୋମା ମାଡ଼ ହୋଇଛି । ଏଥିରେ କେହି ଆହତ ହୋଇନଥିବା ବେଳେ ଗାଡିର ଆଗ ଭାଗ ଭାଙ୍ଗିଥିବା ଦେଖିବାକୁ ମିଳିଛି । ଖବରପାଇ ଘଟଣାସ୍ଥଳରେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା, ଗୋଶାଣୀନୁଆ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ଟାଉନ ଥାନା ଅଧିକାରୀ ସୁରେଶ ତ୍ରିପାଠୀ ପ୍ରମୁଖ ପହଞ୍ଚି ତନାଘନା କରୁଥିବା ଦେଖିବାକୁ ମିଳିଛି ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ପୂର୍ବତନ ମେୟର ଶିବ ଶଙ୍କର ଦାସଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଥିଲା । କିଛି ଦୁର୍ବୃତ୍ତ ଆସି ବୋମାମାଡ଼ କରିଛନ୍ତି ।ବୋମାମାଡରେ କାହାରି କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଗାଡିର ଆଗ ଭାଗ ଭାଙ୍ଗିରୁଜି ଯାଇଛି । ହଠାତ୍ ବୋମାମାଡ଼ କରି ଘଟଣା ସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ତେବେ କେଉଁ କାରଣରୁ ବୋମାମାଡ ହୋଇଛି ତାହା ଅସ୍ପଷ୍ଟ ରହିଛି।