ଝାରସୁଗୁଡ଼ା ଉପନିର୍ବାଚନ : ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ

ଝାରସୁଗୁଡ଼ା ଉପନିର୍ବାଚନ : ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ

ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ । ସେ ନିଜ ସମର୍ଥକ ଓ ବରିଷ୍ଠ ନେତାଙ୍କ ସହ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ ନିକଟରେ ନିଜର ପ୍ରାର୍ଥିପତ୍ର ଭରିବେ । ନାମାଙ୍କନ ଭରିବାର ପୂର୍ବଦିନ ଅର୍ଥାତ ରବିବାର ବିଜେପି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୁଇଟି କମିଟି ଗଠନ କରିଛି । ରାଜ୍ୟ ସଭାପତି ମନମୋହନ ସାମଲ ଏହି ଦୁଇଟି କମିଟି ଘୋଷଣା କରିଛନ୍ତି ।

ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଅଧ୍ୟକ୍ଷତାରେ ଗଠିନ ନିର୍ବାଚନ ପରିଚାଳନା କମିଟିରେ ୮ଜଣ ସଦସ୍ୟ ରହିଛନ୍ତି । ସେହିପରି ସାଂସଦ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗଠିନ କମିଟିରେ ରହିଛନ୍ତି ୧୪ଜଣ ସଦସ୍ୟ । ନିର୍ବାଚନ ପରିଚାଳନା କମିଟିରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓ, ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ରବିନାରାୟଣ ନାୟକ ଓ ଗୋଲକ ମହାପାତ୍ର ସଦସ୍ୟ ଅଛନ୍ତି । ସେହିପରି ପ୍ରଚାର କମିଟିରେ ସାଂସଦ ପ୍ରତାପ ଷଡଙ୍ଗୀଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ ଆଉ କିଛି ବରିଷ୍ଠ ବିଧାୟକ ଓ ନେତା ରହିଛନ୍ତି । ଏହା ପୂର୍ବରୁ ଗତ ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ଦାଖଲ କରିଥିଲେ । ଆସନ୍ତାକାଲି ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ପ୍ରାର୍ଥିପତ୍ର ଦାଖଲ କରିବେ ।