କ୍ୟାବିନେଟ: ୧୮ ପ୍ରସ୍ତାବକୁ ମଞ୍ଜୁରୀ

କ୍ୟାବିନେଟ: ୧୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି ।  ଏହି ବୈଠକରେ ବିଭିନ୍ନ ବିଭାଗର ୧୦ରୁ ଊର୍ଦ୍ଧ୍ବ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ତେବେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ହୋଇଛି। ଏହି ପ୍ରରିପେକ୍ଷୀରେ କେତେଗୁଡ଼ିଏ ବଡ଼ ନିଷ୍ପତ୍ତି ଉପରେ ମୋହର ବାଜିପାରେ। ବିଶେଷକରି ରାଜ୍ୟ ସରକାରଙ୍କ ଫୋକସରେ ସବୁବେଳେ ଗରିବ କଲ୍ୟାଣ ରହିଥିବା ବେଳେ ଏନେଇ କିଛି ବଡ଼ ନିଷ୍ପତ୍ତି ଘୋଷଣା ହୋଇପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସେହିପରି ଭିତ୍ତିଭୂମି ବିକାଶ, ପାନୀୟ ଜଳ, ସହରାଞ୍ଚଳ ବିକାଶ,ମିଶନ ଶକ୍ତି, ଇଲେକ୍ଟ୍ରୋନିକ୍ସ ଓ ଆଇଟି, ଉଚ୍ଚଶିକ୍ଷା, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ନଗର ଉନ୍ନୟନ ବିଭାଗ ସମେତ ଆଉ କିଛି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବ ବୋଲି ଜଣାପଡ଼ିଛି।

ଅନ୍ୟପଟେ ଗରିବ ଲୋକଙ୍କୁ ଘର ଯୋଗାଇଦେବା ପାଇଁ ‘ମୋ ଘର’ ଯୋଜନାକୁ ସ୍ୱୀକୃତି ମିଳିବ ବୋଲି ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ଅବାସ ଯୋଜନାରେ ରାଜ୍ୟର ବହୁ ହିତାଧିକାରୀ ବାଦ ପଡିଥିବା କାରଣରୁ ନବୀନ ସରକାର ଏହି ଘୋଷଣା କରିପାରନ୍ତି। ଲୋକଙ୍କୁ ଘର ପାଇଁ ସବସିଡ୍ ସହ ଋଣ ଯୋଗାଇଦେବାକୁ ଯୋଜନା ପ୍ରସ୍ତୁତ କରାଯାଇଛି । ଗରିବ ଲୋକଙ୍କୁ ୧ ଲକ୍ଷରୁ ୩ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଯୋଜନା ଦେବାକୁ ବ୍ୟବସ୍ଥା କରାଯାଇଛି । ସେଥିରୁ ସରକାର ୩୦ ହଜାରରୁ ୭୦ ହଜାର ଟଙ୍କା ପର୍ୟ୍ୟନ୍ତ ଛାଡ କରିବାକୁ ଯୋଜନା କରିଛନ୍ତି । ବାକି ଟଙ୍କା ଋଣ ନେବାର ୧୧ ବର୍ଷ ପରେ ସୁଝିବାର ବ୍ୟବସ୍ଥା କରାଯାଇଛି । ତେବେ ଏନେଇ ଆଜି କ୍ୟାବିନେଟ ମୋହର ମାରିପାରେ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି । ଆଜି ବିଜେଡି ସରକାରର ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରା ହୋଇଥିବାବେଳେ ନିର୍ବାଚନ ପୂର୍ବରୁ ବିଜେଡି ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ଆଜି କ୍ୟାବିନେଟ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକରେ ମୋଟ ୧୮ଟି ପ୍ରସ୍ତାବ ଉପରେ ମୋହର ବାଜିଛି ।