ଆଜି ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୧୯୩ ଆକ୍ରାନ୍ତ
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ପୁଣି ୧୨,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ରୁ ଅଧିକ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୧୯୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୧୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୮୧,୮୭୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୪୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୦୦କୁ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୮୩,୦୨୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୬% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୫୫୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି।




admin 