କୋଭିଡ୍-୧୯ : ଜାଣନ୍ତୁ, ୨୪ ଘଣ୍ଟାରେ କେତେ ନୂତନ ସଂକ୍ରମଣ ?
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୨,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୦୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୭୪,୯୦୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୮ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୭୨୨କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୨୧,୭୮୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୪୦୬କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।




admin 