ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର:  ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୮ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ସାମୁଦ୍ରିକ ଝଡର ରୂପ ନେବ । ଗତିପଥ କ’ଣ ହେବ ଲଘୁଚାପ ହେଲା ପରେ ଜଣାପଡିବ । ଭାରତୀୟ ପାଣିପାଗ ଏ ନେଇ ପୂର୍ବାନୁମାନ କରିଛି ।

ତେବେ ୱିଣ୍ଡି ଡଟ୍ କମ୍ ପ୍ରଦର୍ଶିତ କରିଥିବା ଜିଏଫଏସ ମଡେଲର ଚିତ୍ର ଅନୁସାରେ ୯ ତାରିଖରୁ ୧୨ ତାରିଖ ସଂଧ୍ୟା ୬ଟା ପର୍ୟ୍ୟନ୍ତ ବାତ୍ୟା ସୃଷ୍ଟି ହେବ । ୧୦ ଓ ୧୧ ତାରିଖରେ ଉପକୂଳ ଆଡ଼କୁ ଗତି କରିବ ବାତ୍ୟା । ଆଉ ଏହା ସ୍ଥଳ ଭାଗରେ ମାଡ଼ ହେବ । ପ୍ରାୟ ସମସ୍ତ ମଡେଲ୍ ଅତି ଭୀଷଣ ସାମୁଦ୍ରିକ ଝଡ଼ ହୋଇପାରେ ବୋଲି ଆକଳନ କରୁଛି ।