ହାତୀ ଆକ୍ରମଣରେ ବୃଦ୍ଧ ମୃତ

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ତିଗିରିଆ: ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସୂଚନା ମୁତାବକ, ତିଗିରିଆ ଥାନା ଭୋଗଡ଼ା ପଞ୍ଚାୟତ ଅନ୍ତର୍ଗତ ଗୋକର୍ଣଖାଲ ଗ୍ରାମର ୭୨ ବର୍ଷୀୟ କରୁଣାକର ରାଉତ ଆଜି ଭୋର ସମୟରେ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ଠିକ୍ ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ । ତେବେ ହାତୀ ତାଙ୍କୁ ଆକ୍ରମଣ କରି ଦଳି ଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା