ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

ସମ୍ବଲପୁର : ସମ୍ବଲପୁର ସର୍କଲ ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା । ମୃତକ ଜଣଙ୍କ ହେଲେ ସିନ୍ଦୁରପଙ୍କ ଅଞ୍ଚଳର ଧରଣୀଧର ମହାନନ୍ଦ । ଘରୋଇ କଳି ଓ ସ୍ତ୍ରୀକୁ ମାଡ଼ ମାରିବା ଅଭିଯୋଗରେ ଶନିବାର ସେ ଗିରଫ ହୋଇ ଜେଲକୁ ଆସିଥିଲେ । ରବିବାର ଭୋର ସକାଳୁ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି।

ସୂଚନାନୁଯାୟୀ, ଧରଣୀଧର ରବିବାର ସକାଳେ ଶୌଚ ହେବାକୁ ଯାଇଥିବା ବେଳେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏନେଇ ସାଥୀ କଏଦୀ ଜାଣିବା ପରେ ତାଙ୍କୁ ଉଦ୍ଧାର କରି ଜେଲ କର୍ତ୍ତୃପକ୍ଷଙ୍କୁ ସୂଚନା ଦେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକତ୍ସାଳୟକୁ ଅଣାଯାଇଥିଲା । ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।