ମୁଖ୍ୟମନ୍ତ୍ରୀଙ୍କୁ ଚିଠିରେ ଏମିତି ଲେଖିଲେ ଧର୍ମେନ୍ଦ୍ର

ମୁଖ୍ୟମନ୍ତ୍ରୀଙ୍କୁ ଚିଠିରେ ଏମିତି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଚିଠିଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର। ରେଙ୍ଗାଳି ନଦୀବନ୍ଧ ଯୋଜନା ଦ୍ୱାରା ବିସ୍ଥାପିତ ହୋଇଥିବା ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପୂର୍ବରୁ ଘୋଷଣା ହୋଇଥିବା କ୍ଷତିପୂରଣ ରାଶି ଦିଆଯାଉ ଏହାସହ ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବା ସହିତ ସେମାନଙ୍କର ଗ୍ରାମ ଗୁଡ଼ିକୁ ରାଜସ୍ୱ ଗ୍ରାମର ମାନ୍ୟତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ।ସେ କହିଛନ୍ତି ଯେ ୧୯୮୦ ଦଶକରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଳି ନଦୀବନ୍ଧ ଯୋଜନା ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା ଏହି ଯୋଜନା ଦ୍ୱାରା ଆମର ଜଳସେଚନ ବିଦ୍ୟୁତ ଉତ୍ପାଦନ କ୍ଷମତା ବହୁଗୁଣିତ ହୋଇପାରିଛି ତେବେ ବିକାଶର ରୂପ ଆମକୁ ଅନେକ ବିଷାଦ ମଧ୍ୟ ଦେଇଛି ବାସଚ୍ୟୁତ ବିସ୍ଥାପିତଙ୍କ ଦୁର୍ଦ୍ଦଶାର ପ୍ରାୟ ଚାରି ଦଶନ୍ଧିର ବିକଳ ଚିତ୍ର ଆଜି ବି ଆମକୁ ମର୍ମାହତ କରୁଛି ୧୯୯୭ ମସିହାରେ ଗଠିତ ରେଙ୍ଗାଳି ବନ୍ଧ ବାସଚ୍ୟୁତ ସୁରକ୍ଷା ସମିତି ହିଁ ଦୂରବସ୍ଥାର ସାକ୍ଷୀ
ରେଙ୍ଗାଳି ଯୋଜନାରେ ୧୯୭୮ ରୁ ୧୯୮୪ ମସିହା ମଧ୍ୟରେ ମୋଟ ୨୩୬ ଗୋଟି ରାଜସ୍ୱ ଗ୍ରାମର ପ୍ରାୟ ୧୩ ହଜାର କୁଟୁମ୍ବ ବାସହରା ହେଲେ ଉପଯୁକ୍ତ ଥଇଥାନ କ୍ଷତିପୂରଣ ଅଭାବରୁ ଏଭଳି ହଜାର ହଜାର କୁଟୁମ୍ବ ହନ୍ତସନ୍ତ ହେଲେ ଅନେକ ଗଣଧାରଣା, ଅନଶନ, ପ୍ରତିବାଦ ବିକ୍ଷୋଭ ଭିତରେ ସେମାନଙ୍କ ଦୁର୍ଦ୍ଦଶା ଆଜି ବି ପୂର୍ବବତ୍ ଉତ୍କଟ ଅନ୍ତହୀନ ଗତ ସେପ୍ଟେମ୍ବର ୨୦୧୦ରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବିସ୍ଥାପିତଙ୍କୁ କ୍ଷତିପୂରଣ ବାବଦ ପ୍ରାୟ ୧୫୨ କୋଟି ଟଙ୍କାର ଅନୁକମ୍ପା ରାଶି ଆକଳନ କରାଯାଇଥିଲା କିନ୍ତୁ ପରିତାପର ବିଷୟ, ଅର୍ଥ ରାଶି ଆଜି ଯାଏଁ କ୍ଷତିଗ୍ରସ୍ତମାନଙ୍କୁ ମିଳିପାରିନାହିଁ

ଏହି ପରିପ୍ରେକ୍ଷୀରେ ପୁରୁଷ ପୁରୁଷର ଭିଟାମାଟି ହରାଇ ସର୍ବହରା ହୋଇଥିବା ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ ସେମାନଙ୍କ ଗ୍ରାମ ଗୁଡିକୁ ରାଜସ୍ୱ ଗ୍ରାମର ମାନ୍ୟତା ଦାବିକୁ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ଓଡ଼ିଶା ସରକାର ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗରେ ଆନ୍ତରିକତା ଦେଖାଇବା ସଙ୍ଗେ ସଙ୍ଗେ ଏଥି ନିମନ୍ତେ ସମୟୋଚିତ ପଦକ୍ଷେପ ନେବେ ତଥା ବିସ୍ଥାପିତଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରିବାରେ ତତ୍ପର ହେବେ ବୋଲି ଧର୍ମେନ୍ଦ୍ର ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି