ଆଜି ସଂଧ୍ୟା ସାଢେ ୮ଟାରୁ ସାଢେ ୯ଟା ଯାଏ ଲାଇଟ୍ସ ଅଫ୍ ରହିବ

ଆଜି ସଂଧ୍ୟା ସାଢେ ୮ଟାରୁ ସାଢେ ୯ଟା ଯାଏ ଲାଇଟ୍ସ ଅଫ୍ ରହିବ

ନୂଆଦିଲ୍ଲୀ : ଆଜି ବିଶ୍ୱ ପାଳିବ ‘ଆର୍ଥ ଆୱାର୍’ । ଘଣ୍ଟାକ ପାଇଁ ଅନ୍ଧାର ହୋଇଯିବ ବିଶ୍ୱ । ବିଜୁଳି ସଂରକ୍ଷଣ ପାଇଁ ସଂଧ୍ୟା ସାଢେ ୮ଟାରୁ ସାଢେ ୯ଟା ଯାଏ ଲାଇଟ୍ସ ଅଫ୍ ରହିବ । ୱାର୍ଲଡ୍ ୱାଇଡ୍ ଫଣ୍ଡ ଫର୍ ନେଚର  ପକ୍ଷରୁ ବିଶ୍ୱବ୍ୟାପୀ ଏହାକୁ ପାଳନ କରାଯାଉଛି । ଚଳିତ ବର୍ଷର ଥିମ୍ ରହିଛି  ‘Invest on Our planet।
୨୦୦୭ରେ ଅଷ୍ଟ୍ରେଲିଆର ସିଡ୍‌ନୀ ସହରରେ ଲୋକମାନେ ଘଣ୍ଟାଏ ଲାଇଟ୍‌ ବନ୍ଦ ରଖି ଏହାକୁ ପାଳନ କରିଥିଲେ । ସେବେଠାରୁ ୧୯୦ରୁ ଅଧିକ ଦେଶରେ ପ୍ରତିବର୍ଷ ମାର୍ଚ୍ଚ ୨୫ ତାରିଖରେ ‘ଆର୍ଥ ଆୱାର୍‌’କୁ ପାଳନ କରାଯାଉଛି । ଗତବର୍ଷ ‘ଆର୍ଥ ଆୱାର୍‌’ ସମୟରେ ଲୋକେ ୧୭୧ ମେଗାୱାଟ୍‌ ବିଜୁଳି ସଂଚୟ କରିଥିଲେ ।

ଏହାପୂର୍ବରୁ ୨୦୨୧ରେ ୩୩୪ ମେଗାୱାଟ୍‌, ୨୦୨୦ରେ ୭୯ ବିଜୁଳି ସଂଚୟ ହୋଇଥିଲା । ‘ଆର୍ଥ ଆୱାର୍‌’ ପାଳନର ମୂଳ ଉଦ୍ଦେଶ୍ୟ ହେଉଛି ବିଶ୍ୱରେ ବିଜୁଳି ସଂଚୟ ସହ ପ୍ରକୃତିର ସୁରକ୍ଷା ପାଇଁ ଜଳବାୟୁ ପରିବର୍ତ୍ତନ ଏବଂ ବିକାଶ ଉପରେ ଧ୍ୟାନ କେନ୍ଦ୍ରିତ କରିବା ।
ଆଜି ରାତି ” ୮.୩୦ ଘଣ୍ଟା ରୁ ୯.୩୦ ପର୍ୟ୍ୟନ୍ତ ୧ ଘଣ୍ଟା ଆମେ ନିଜ ନିଜ ଘରେ ବ୍ୟବହାର କରୁଥିବା ମଟର, ଫେନ, ଲାଇଟ ଭଳି ସମସ୍ତ ବୈଦୁତିକ ଉପକରଣ ସ୍ଵତଃପ୍ରବୃତ ଭାବରେ “ସୁଇଚ ଅଫ୍ ” ରଖିବା ।