ପରସ୍ପରଠାରୁ ଅଲଗା ହେଲେ ଲ୍ୟାଣ୍ଡର ଓ ପ୍ରପଲସନ ମଡ୍ୟୁଲ: ଇସ୍ରୋ

ପରସ୍ପରଠାରୁ ଅଲଗା ହେଲେ ଲ୍ୟାଣ୍ଡର ଓ ପ୍ରପଲସନ ମଡ୍ୟୁଲ: ଇସ୍ରୋ

ନୂଆଦିଲ୍ଲୀ:   ସଫଳତା କ୍ଷେତ୍ରରେ ଆଉ ପାଦେ ଆଗେଇଲା ଚନ୍ଦ୍ରଯାନ ୩ । ଆଜି ଦିନ ଗୋଟାଏ ୧୫ମିନିଟରେ ପରସ୍ପରଠାରୁ ଅଲଗା ହେଲେ ଲ୍ୟାଣ୍ଡର ଓ ପ୍ରପଲସନ ମଡ୍ୟୁଲ । ଏନେଇ ଇସ୍ରୋ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ପ୍ରପଲସନ ମଡ୍ୟୁଲ ଠାରୁ ଅଲଗା ହୋଇ ଯାତ୍ରା ଜାରି ରଖିଛି ଲ୍ୟାଣ୍ଡର । ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପର୍ୟ୍ୟନ୍ତ ଲ୍ୟାଣ୍ଡର ବିକ୍ରମ ଏବେ ଏକୁଟିଆ ତାର ଏହି ଯାତ୍ରା ଜାରି ରଖିବ ।
ବର୍ତ୍ତମାନ ଉଭୟ ପ୍ରପଲସନ ମଡ୍ୟୁଲ ଓ ଲ୍ୟାଣ୍ଡର ଚନ୍ଦ୍ରଠାରୁ ସର୍ବନିମ୍ନ ୧୫୩ ଓ ସର୍ବାଧିକ ୧୬୩କିଲୋମିଟର ଦୂରରେ ଚନ୍ଦ୍ରକୁ ପ୍ରଦକ୍ଷିଣ କରୁଛନ୍ତି । ଆସନ୍ତାକାଲି ଲ୍ୟାଣ୍ଡରକୁ ଚନ୍ଦ୍ରପୃଷ୍ଠର ଆହୁରୀ ନିକଟକୁ ନିଆଯିବ । ଏଥିପାଇଁ ଅପରାହ୍ନ ୪ଟା ସମୟ ଧାର୍ୟ୍ୟ କରାଯାଇଛି । ପରେ ୨୦ତାରିଖରେ ଆଉ ଥରେ ତାକୁ ଡିଅର୍ବିଟିଂ କରାଯାଇ ଚନ୍ଦ୍ରଠାରୁ ସର୍ବାଧିକ ଶହେ କିଲୋମିଟର ସର୍ବନିମ୍ନ ୩୦କିଲୋମିଟର ବିଶିଷ୍ଟ ଏକ ଅଣ୍ଡାକାର କକ୍ଷପଥରେ ସ୍ଥାପନ କରାଯିବ ।