ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି କରାଯାଏ । ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ନୀତି ଅନୁଷ୍ଠିତ ହେଲା ବେଳକୁ ଅପରାହ୍ନ ହୋଇଥାଏ । ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ ।

ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ତେବେ ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ୟ୍ୟ ହେବ ।