ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଭୁବନେଶ୍ବର: ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରେ ୯ ତାରିଖରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରେ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ । ୮ତାରିଖ ପରେ ବାତ୍ୟାର ତୀବ୍ରତା ଓ ଗତିପଥ ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି କହିଛି ପାଣିପାଗ ବିଭାଗ ।ନିର୍ଦ୍ଦିଷ୍ଟ କେଉଁ ଅଞ୍ଚଳକୁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ କରିବ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି । 

ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସର୍ବାଧିକ ୬୦କିଲୋମିଟର ବେଗରେ ପବନ ବହିପାରେ । ଆଣ୍ଡାମାନ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସର୍ବାଧିକ ୭୦ କିଲୋମିଟର ବେଗରେ ପବନ ସହିତ ପ୍ରବଳ ବର୍ଷା ହେବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଓଡ଼ିଶା ଉପରେ ପଡ଼ିବନି ସମ୍ଭାବ୍ୟ ବାତ୍ୟାର ପ୍ରଭାବ । ୮ତାରିଖରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ । ଆଭ୍ୟନ୍ତରଣୀଣ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ତାତି । କାଳବୈଶାଖୀର ପ୍ରଭାବ କମିବା ସହିତ ତାତି ବୃଦ୍ଧି ପାଇବ ।