୨ରେ ଲଘୁଚାପ ସମ୍ଭାବନା

୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର:ଆସନ୍ତା ୩୦ ତାରିଖରେ ଉତ୍ତର-ପୂର୍ବ ବାଲାଂଦେଶ ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।