15 କିଲୋର ରାଖୀ ପିନ୍ଧିଲେ ମହାପ୍ରଭୁ

15 କିଲୋର ରାଖୀ ପିନ୍ଧିଲେ ମହାପ୍ରଭୁ

ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ   ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି | ଆଜି ମଧ୍ୟାହ୍ନଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ  ପିନ୍ଧାଇଥିଲେ | ତେବେ ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ  ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇଥିଲେ | ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରି ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହୋଇଛି |  ଭୋଗମଣ୍ଡପ ପରେ ଦଇତାପତି ସେବାୟତ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ଏହି ସ୍ୱତନ୍ତ୍ର ନୀତି ସମାପନ କରିଥିଲେ  |

ଆଜିର ଦିନରେ ଭଉଣୀ ସୁଭଦ୍ରା ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଥିଲେ | ପାଟରା ବିଶୋୟୀଙ୍କ ଦ୍ୱାରା ନିର୍ମିତ ଏହି ସ୍ୱତନ୍ତ୍ର ରାଖୀ ଓ ଗୁଆମାଳ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଆଜି ଲାଗି କରାଇଥିଲେ | ସେହିପରି ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଛି ।  ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିଥିଲେ ।  ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯାଇଥିଲା । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହୋଇଥିଲା । ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯାଇଥିଲା । ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ ।