ବଡ଼ ଖବର : ନବ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ତଦନ୍ତକାରୀ ଡିଏସପି ଅଧିକାରୀ କଲେ ଚାର୍ଜସିଟ୍ ଦାଖଲ । ତେବେ ଚାର୍ଜସିଟରେ କଣ ଉଲ୍ଲେଖ ରହିଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ବିଧାନସଭାରୁ ସଡକ ସବୁଠୁ ସରକାରଙ୍କୁ ଟାର୍ଗେଟ କରିଥିଲେ ବିରୋଧୀ । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । କିନ୍ତୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ ବିରୋଧୀ ।
ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ଏକ ଦଳୀୟ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଗଲାବେଳେ ନବଙ୍କ ଉପରକୁ ଗୁଳିଚାଳନା କରିଥିଲେ ପୋଲିସ ଏଏସ୍ଆଇ ଗୋପାଳ ଦାସ । ନବଦାସଙ୍କ ମୃତ୍ୟୁ ପରେ ଏହି ଘଟଣାର ତଦନ୍ତ ଦାୟିତ୍ୱ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିଲେ ରାଜ୍ୟ ସରକାର । ଆସନ୍ତା ୨୯ ତାରିଖରେ ନବଦାସ ମୃତ୍ୟୁକୁ ୧୨୦ ଦିନ ପୁରିବ । ଏହାପୂର୍ବରୁ କୋର୍ଟରେ ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ ।