ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକ, ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।
ମଞ୍ଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଷ୍ଟେସନ ଅଫିସର, ଚାରି ଲିଡିଙ୍ଗ ଫାୟାରମ୍ୟାନ୍, ତିନି ହାବିଲଦାର, ତିନି ଫାୟାରମ୍ୟାନ ଡ୍ରାଇଭର୍ ଏବଂ ୩୦ଟି ଫାୟାରମ୍ୟାନ ପଦବୀ । ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ବୋଲି ସୂଚନା ମିଳିଛି।