ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ବିଷୟରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ବିଷୟରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା  ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ  ୫ ଲକ୍ଷ ଟଙ୍କାକୁ  ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ  ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା  ପାଇ ପାରିବେ।