ରବିବାର ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର : ରବିବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ କବିସୂର୍ୟ୍ୟନଗର, ହିଞ୍ଜିଳି ଏବଂ ଛତ୍ରପୁର ଗସ୍ତର କାର୍ୟ୍ୟକ୍ରମ ରହିଛି । ମିଶନ ଶକ୍ତି ଦ୍ୱାରା ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ପରେ କାର୍ୟ୍ୟକ୍ରମ ଆରମ୍ଭ ହେବ।
ତେବେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ପରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିକୁ ଚେକ ଦେବା ସହ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କରିବେ । ଏହାପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବାର କାର୍ୟ୍ୟକ୍ରମ ରହିଛି ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।