୩ରୁ ୯ ତାରିଖ ଯାଏଁ ଜାପାନ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୩ ତାରିଖରୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ କାର୍ୟ୍ୟକ୍ରମ ରହିଛି। ୩ ତାରିଖରୁ ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ ଜାପାନରେ ରହିବେ। ଏହି ଗସ୍ତ ଭିତରେ ମୁଖ୍ୟମନ୍ତ୍ରୀ ଟୋକିଓ,କ୍ବୋଟୋ, ଓସାକା ଆଦି ସ୍ଥାନରେ ହେବାକୁ ଥିବା ବିଭିନ୍ନ କାର୍ୟ୍ୟକ୍ରମରେ ଭାଗନେବେ ବୋଲି ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏପ୍ରିଲ ୩ରେ ଜାପାନ ଗସ୍ତରେ ଯାଇ ୯ତାରିଖରେ ଫେରିବେ । ଏହି ସପ୍ତାହବ୍ୟାପୀ ଗସ୍ତକାଳରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା, ଦିଲ୍ଲୀସ୍ଥିତ ଆବାସିକ କମିଶନର ରବିକାନ୍ତ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲକ୍ରିଷ୍ଣା ପ୍ରମୁଖ ଯିବେ ବୋଲି ଜଣାପଡ଼ିଛି । ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ଏହି ଗସ୍ତରେ ଯିବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ କାଳରେ ଜାପାନର ପ୍ରମୁଖ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁରୋଧ କରିବେ ।




admin 