ନୂଆଁଖାଇରେ ଚାଷୀ ପାଇଲେ କାଳିଆ ସହାୟତା
ଭୁବନେଶ୍ଵର: ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି। ଏହି ଅବସର ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇ ର ଶୁଭେଚ୍ଛା ଜଣାଇ କହିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି
ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ରେ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ମାନଙ୍କୁ କୃଷି ପାଇଁ ବିହନ, ସାର, ରୋଗ ପୋକ ପାଇଁ ଔଷଧ ଓ ଯାନ୍ତ୍ରିକ ଉପକରଣ କିଣିବା ପାଇଁ ସିଧା ସଳଖ ସହାୟତା ଦିଆଯାଉଛି। ଏହା ଦ୍ବାରା ସେମାନେ ଋଣ ଗ୍ରସ୍ତ ହେବାର ସମ୍ଭାବନା ରହୁ ନାହିଁ। ଏହା ସହିତ ଭୂମି ହୀନ ଚାଷୀ ମାନଙ୍କୁ ବିଭିନ୍ନ ଜୀବିକା ପାଇଁ ଯଥା ଛେଳି, କୁକୁଡ଼ା, ବତକ ପାଳନ, ମହୁ ଚାଷ, ଛତୁ ଚାଷ ଆଦି ପାଇଁ ମଧ୍ଯ ଏହି ସହାୟତା ଦିଆଯାଉଛି।
ଏହି ଅବସରରେ ରାଜ୍ୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ରାଜ୍ୟରେ ଅନେକ କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେଉଛି। ସେଥି ମଧ୍ୟରୁ କାଳିଆ ଯୋଜନା ସ୍ବତନ୍ତ୍ର।
ଏହି ଅବସରରେ କେତେକ କାଳିଆ ହିତାଧିକାରୀ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉନ୍ନୟନ କମିଶନର ଅନୁ ଗର୍ଗ, ସମବାୟ ସଚିବ ଅରବିନ୍ଦ ଅଗ୍ରୱାଲ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। କୃଷି ଓ କୃଷକ କଲ୍ୟାଣ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ସ୍ଵାଗତ ଭାଷଣ ଦେଇଥିଲେ।




user2 