ଏସସିବି ମେଡିକାଲରେ ଭର୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଏସସିବି ମେଡିକାଲରେ ଭର୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ। କଟକ ଏସସିବି ମେଡିକାଲ ରେ ଭର୍ତି। ଆଜି ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବି ର ମେଡ଼ିସିନ ବିଭାଗରେ ଭର୍ତି କରାଯାଇଛି। ଏସସିବି ମେଡିକାଲ ର ଆଇସିୟୁ ରେ ଭର୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି। କିଡନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡା ଙ୍କ ନେତୃତ୍ବରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗ ର ଚାରିଜଣ ଡାକ୍ତର ଙ୍କୁ ନେଇ ଏହୀ ଡାକ୍ତରୀ ଟିମ୍ ଗଠନ କରାଯାଇଛି। ଆଗରୁ ବହୁବାର ମଧ୍ୟ କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହୋଇ ଯାଇଥିଲେ।