ବାଚସ୍ପତି ଆସନ ଗ୍ରହଣ କଲେ ପ୍ରମିଳା
ଭୁବନେଶ୍ୱର: ଆଜି ବିଧିବଦ୍ଧ ଭାବେ ବାଚସ୍ପତି ଭାବେ ଆସନ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକା। ସର୍ବ ସମ୍ମତିକ୍ରମେ ପ୍ରମିଳାଙ୍କୁ ବାଚସ୍ପତି ଭାବେ ଚୟନ କରଯାଇଛିା ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାଁରେ ପ୍ରସ୍ତାବ ରଖିଥିଲୋ ଯାହାକୁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ ଜଣାଇଥିଲୋ ଗତକାଲି ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ। ନାମାଙ୍କନ ଦାଖଲ ପୂର୍ବରୁ ସେ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ବୁଧବାର ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ। ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା ହେଉଛନ୍ତି ରାଜ୍ୟର ପ୍ରଥମ ମହିଳା।




admin 