ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ ଆରମ୍ଭ
ପୁରୀ: ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ। ଦୁର୍ବଳ ସ୍ଥିତିରେ ଥିବା ଶ୍ରୀମନ୍ଦିର ନାଟମଣ୍ଡପ ମରାମତିରେ ଅହେତୁକ ବିଳମ୍ବକୁ ନେଇ ହାଇକୋର୍ଟ କ୍ଷୁବ୍ଧ ହେବା ସହ ଆଜିଠାରୁ କାମ ଆରମ୍ଭ କରିବାକୁ ଏଏସଆଇକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।
ଦୁର୍ବଳ ବିମର ମରାମତି ପାଇଁ ଆଜିଠୁ କାମ ଆରମ୍ଭ ହେଲେ ଦୈନିକ ୬ଘଣ୍ଟା ଲେଖାଏଁ ୧୨୦ଦିନ ଲାଗିବ ବୋଲି କହିଛନ୍ତି ଏଏସଆଇ ସୁପରିଟେଣ୍ଡିଂ ଆର୍କିଓଲୋଜିଷ୍ଟ। ଗରୁଡ଼ ସ୍ତମ୍ଭ ସମ୍ମୁଖରେ ଥିବା କ୍ରାକ୍ ବିମ୍ କୁ ସପୋର୍ଟିଂ ବିମ୍ ଦିଆଯିବ। କ୍ରାକ୍ ବିମ୍ ତଳେ ରୋଟ୍ ଆଇରନ୍ ବିମ୍ କାମ ଆଜିଠୁ ଆରମ୍ଭ ହେବ। ଷ୍ଟେନଲେସ୍ ଷ୍ଟିଲର ବକ୍ସ ବିମ୍ ଦ୍ୱାରା ଏହାକୁ ଶକ୍ତ କରାଯିବ। ଏଥିପାଇଁ ଆଇଆଇଟି ମାଡ୍ରାସରୁ ଡିଜାଇନ୍ ଆସି ସାରିଛି ବୋଲି ଏଏସଆଇ ସୁପରିଟେଣ୍ଡିଂ ଆର୍କିଓଲୋଜିଷ୍ଟ କହିଛନ୍ତି।




admin 