ଆଜିଠାରୁ ପ୍ରବଳ ବର୍ଷା ଆଶଙ୍କା

ଆଜିଠାରୁ ପ୍ରବଳ ବର୍ଷା  ଆଶଙ୍କା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବର୍ଷା ଆଶଙ୍କା ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବର୍ଷା ପାଇଁ ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି
ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଯାଜପୁର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।ସେହିଭଳି ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ କେନ୍ଦୁଝର ଆଦି ଜିଲ୍ଲାର କିଛି ଅଂଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି