୭ ଜିଲ୍ଲାରେ ଆଜି ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଜି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ଏବଂ କିଛି ସ୍ଥାନରେ ୨ଶହ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ୧୩ ତାରିଖ ପର୍ୟ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୩ ପରେ ବର୍ଷାର ପରିମାଣ ପୁଣି ବଢିପାରେ ।
ଚଳିତ ମୌସୁମୀ ଋତୁରେ ୧ ଜୁନ ରୁ ୮ ଜୁଲାଇ ମଧ୍ୟରେ ୨୨୭.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୨୮୬.୮ ମିଲିମିଟର ତୁଳନାରେ ୨୪ ପ୍ରତିଶତ କମ ରହିଛି । ଦେବଗଡ ଜିଲ୍ଲାରେ ସର୍ବାଧିକ ୪୩୧.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୨୭୮.୮ ମିଲିମିଟର ତୁଳନାରେ ୫୫ ପ୍ରତିଶତ ଅଧିକ ରହିଛି । ସେହିପରି କଳାହାଣ୍ଡି ଜିଲ୍ଲାରେ ସର୍ବନିମ୍ନ ୧୨୩.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୩୪୦.୬ ମିଲିମିଟର ତୁଳନାରେ ୬୪ ପ୍ରତିଶତ କମ ରହିଛି ।