୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ମୌସୁମୀ ଫେରିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତୀ ଉତ୍ତର ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳର ବାୟୁମଣ୍ଡଳରେ ଦଶମିକ କିମି ଉଚ୍ଚତା ପର୍ୟ୍ୟନ୍ତ ପୂର୍ଣ୍ଣବଳୟ ସକ୍ରିୟ ରହିଛି ଏହାର ପ୍ରଭାବରେ ଆଜି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସୁନ୍ଦରଗଡ଼, ଝାରରସୁଗୁଡା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ନବରଙ୍ଗପୁର ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି ସେହିପରି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି
ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ ପରେ ସତର୍କ କରିଛନ୍ତି ଏସଆରସି ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି