୨୦ରେ ଲଘୁଚାପ

୨୦ରେ ଲଘୁଚାପ

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୦ ତାରିଖ ସୁଦ୍ଧା ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିନ୍ତୁ ଲଘୁଚାପ ସତ୍ତେ୍ୱ ରାଜ୍ୟରେ ବିସ୍ତୃତ ଭାରୀ ବର୍ଷା ସମ୍ଭାବନା କମ୍‌ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆସନ୍ତା ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି ।

୨୦ରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ପୁରୀ, ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର  ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ସେହିଭଳି ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୧ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) କହିଛି ।  ୨୧ ଓ ୨୨ ତାରିଖ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।