ଆସୁଛି ଆଉଏକ ଲଘୁଚାପ

ଆସୁଛି ଆଉଏକ ଲଘୁଚାପ । ଯାହା ବଙ୍ଗୋପସାଗରରେ ସୃଷ୍ଟି ହୋଇ ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ଦୁଇ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରିବ । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଅନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । । ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଥିବାବେଳେ ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବନି । କିଛି ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ।